ବ୍ରହ୍ମପୁର,୧୩/୫/(କୁମୁଦ ଚନ୍ଦ୍ର ବେହେରା):ଇ ଭି ଗାଡ଼ି ଅଧିକ ବ୍ୟବହାର କରିବାକୁ ରାଜ୍ୟ ସରକାରଙ୍କ ଅପିଲ । ଅଧିକ ଇଭି ଗାଡ଼ି ବ୍ୟବହାର ପାଇଁ ପରିବହନ ମନ୍ତ୍ରୀ ବିଭୂତିଭୂଷଣ ଜେନାଙ୍କ ଅପିଲ୍ । ଇଭି ବ୍ୟବହାର ପାଇଁ ପ୍ରଧାନମନ୍ତ୍ରୀ ଦେଶବାସୀଙ୍କୁ ଆହ୍ୱାନ ଦେଇଛନ୍ତି । ପଶ୍ଚିମ ଏସିଆର ସ୍ଥିତିକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ମୋଦି ଭାରତର ଅର୍ଥନୀତି ସୁରକ୍ଷା ପାଇଁ ସୁନା, ତେଲ କମ୍ ବ୍ୟବହାର, ବୈଦେଶିକ ଗସ୍ତ ବର୍ଷକ ପାଇଁ ନକରିବାକୁ ନିବେଦନ କରିଛନ୍ତି । ଆଜିର ଦିନର ଆବଶ୍ୟକତା ହେଉଛି ଇଭି,ଅଧିକରୁ ଅଧିକ ଇଭି ବ୍ୟବହାର କରନ୍ତୁ, ୱାର୍କ ଫର୍ମ ହୋମ୍କୁ ଗୁରୁତ୍ଵ ଦେବା, ଯାହାଦ୍ୱାରା ଆମ ଦେଶର ଅର୍ଥନୀତି ସୁରକ୍ଷିତ ରହିବ,ସରକାରୀ କାର୍ଯ୍ୟାଳୟରେ ବ୍ୟବହାର ହେଉଥିବା ଗାଡିକୁ ଇଭିରେ ପରିବର୍ତ୍ତନ କରାଯିବ,ଇଭି ପାଇଁ ସବସିଡ୍ ୨୦୨୮ ଯାଏଁ ବୃଦ୍ଧି କରାଯାଇଥିବା କହିଛନ୍ତି ପରିବହନ ମନ୍ତ୍ରୀ । ପ୍ରଧାନମନ୍ତ୍ରୀଙ୍କ କାରକେଡ୍ ଗାଡ଼ି ସଂଖ୍ୟା ହ୍ରାସ ନିଷ୍ପତ୍ତିକୁ ମନ୍ତ୍ରୀ ସ୍ୱାଗତ କରିଛନ୍ତି l ମନ୍ତ୍ରୀ କହିଛନ୍ତି ୩ ପାଇଲଟ୍ ଗାଡ଼ି ମଧ୍ୟରୁ ମାତ୍ର ଗୋଟିଏ ବ୍ୟବହାର କରିବେ । ମୁଁ ନିଜେ ସରକାରୀ ବସ୍ ରେ ଯିବା ଆସିବା କରିବି ବୋଲି କହିଛନ୍ତି ପରିବହନ ମନ୍ତ୍ରୀ ବିଭୁତି ଭୂଷଣ ଜେନା l

