ଭଞ୍ଜନଗର,୦୧/୦୪(ନିଲୁ ବିଷୋୟୀ) :ବେଲଗୁଣ୍ଠା ବ୍ଲକ ସ୍ଥିତ କ୍ଷତ୍ରିୟବରପୁର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ୯୦ ତମ ଉତ୍କଳ ଦିବସ ପାଳିତ ହୋଇଯାଇଛି। ଅନୁଷ୍ଠାନର ଅଧ୍ୟକ୍ଷା ରୁନିବାଳା ତ୍ରିପାଠୀଙ୍କ ପୌରାହିତ୍ୟରେ ମୁଖ୍ୟ ଅତିଥି ରୂପେ ଗୋପାଳପୁର ଡିଗ୍ରୀ କଲେଜର ଅଧ୍ୟକ୍ଷ ରାମ ପ୍ରସାଦ ପଣ୍ଡା ଯୋଗ ଦେଇଥିବା ବେଳେ ମୁଖ୍ୟ ବକ୍ତା ରୂପେ କେ.ଏସ୍.ୟୁ.ବି କଲେଜ ଭଞ୍ଜନଗରର ପ୍ରାକ୍ତନ ଅଧ୍ୟକ୍ଷ କୃତିବାସ ବିଶ୍ୱାଳ ଯୋଗ ଦେଇ ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ଇତିହାସ ସମ୍ବନ୍ଧରେ ଛାତ୍ର ଛାତ୍ରୀଙ୍କ ଉଦ୍ଦେଶ୍ୟରେ ବକ୍ତବ୍ୟ ପ୍ରଦାନ କରିଥିଲେ। ସମ୍ମାନିତ ଅତିଥି ରୂପେ ଅନୁଷ୍ଠାନର ପୂର୍ବତନ ଅଧ୍ୟକ୍ଷ ବିଷ୍ଣୁ ପ୍ରସାଦ ପଟ୍ଟନାୟକ,ଗଣିତ ଅଧ୍ୟାପିକା ଅନୀତା ପଟ୍ଟନାୟକ,ପୂର୍ବତନ ପ୍ରତିପାଦକ ଦେବେଶ ଚନ୍ଦ୍ର ମହାପାତ୍ର ପ୍ରମୁଖ ମଞ୍ଚାସୀନ ରହି ଛାତ୍ର ଛାତ୍ରୀଙ୍କୁ ଉଦବୋଧନ ପ୍ରଦାନ କରିଥିଲେ। ପ୍ରଶାସନିକ ଅଧିକାରୀ ତ୍ରିନାଥ ବେହେରା ସ୍ବାଗତ ଭାଷଣ ପ୍ରଦାନ କରିବା ସହ ଅତିଥି ପରିଚୟ ପ୍ରଦାନ କରିଥିଲେ। ବରିଷ୍ଠ ପ୍ରତିପାଦକ ସୁଶାନ୍ତ କୁମାର ଲେଙ୍କା କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ। ଶେଷରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହୋଇଥିଲା। ଶିକ୍ଷାର୍ଥି ସମ୍ବଳ ବିକାଶ ପରିଷଦ ଆନୁକୁଲ୍ୟରେ ପୂର୍ବରୁ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗୀତାର କୃତୀ ଛାତ୍ର ଛାତ୍ରୀଙ୍କୁ ଅତିଥିମାନଙ୍କ ଦ୍ବାରା ପୁରସ୍କୃତ କରାଯାଇଥିଲା। ଶେଷରେ ଅଧ୍ୟାପକ ଭବାନୀ ଶଙ୍କର ରା ଧନ୍ୟବାଦ ଅର୍ପଣ କରିଥିଲେ। କାର୍ଯ୍ୟକ୍ରମରେ ଅନୁଷ୍ଠାନର ସମସ୍ତ ଅଧ୍ୟାପକ,ଅଧ୍ୟାପିକା, ପ୍ରତିପଦକ, ପ୍ରତିପଦିକା , ଅଣ-ଶୈକ୍ଷିକ କର୍ମଚାରୀ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ।

