ଖୋରଧା,୨।୧୦(କେଦାର ନାଥ ସାହୁ):ପବିତ୍ର ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଜିଲ୍ଲା ସଦର ମହକୁମା, ଖୋରଧା ଠାରେ ଜିଲ୍ଲା ପ୍ରଶାସନ ଏବଂ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ମିଳିତ ଆନୁକୁଲ୍ୟରେ ପାଳିତ ହୋଇଯାଇଅଛି l ପୂର୍ବାହ୍ନ ରେ ଜିଲ୍ଲା ପରିଷଦ ଉପ ସଭାପତି , ଶ୍ରୀଯୁକ୍ତ ଗୋପୀନାଥ ମହାରଣା, ଅତିରିକ୍ତ ଜିଲ୍ଲାପାଳ, ସାଧାରଣ ଶ୍ରୀଯୁକ୍ତ ପ୍ରତାପ ଚନ୍ଦ୍ର ବେଉରା ଯୋଗଡେଇ ଖୋରଧା ଡାକବଙ୍ଗଳା ସନ୍ନିକଟ ଛକରେ ଥିବା ମହାତ୍ମା ଗାନ୍ଧୀଙ୍କ ଅର୍ଦ୍ଧ ବୟବ ପ୍ରତି ମୂର୍ତ୍ତିରେ ଗଣମାଧ୍ୟମ ପ୍ରତିନିଧି ଏବଂ ମାନ୍ୟଗଣ୍ୟ ବ୍ୟକ୍ତିମାନଙ୍କ ଗହଣରେ ଗାନ୍ଧୀଙ୍କ ପ୍ରତିମୂର୍ତ୍ତୀରେ ମାଲ୍ୟାର୍ପଣ କରିଥିଲେ l ପରେ ଜିଲ୍ଲା ପାଳଙ୍କ କାର୍ଯ୍ୟାଳୟ ଜୟୀ ରାଜଗୁରୁ ସମ୍ମିଳନୀ କକ୍ଷରେ ଅତିରିକ୍ତ ଜିଲ୍ଲାପାଳ, ସାଧାରଣ, ଶ୍ରୀ ପ୍ରତାପ ଚନ୍ଦ୍ର ବେଉରାଙ୍କ ସଭାପତିତ୍ବରେ ଏକ ସାଧାରଣ ସଭା ଓ ସର୍ବ ଧର୍ମ ପ୍ରାର୍ଥନା ସଭା ଅନୁଷ୍ଠିତ ହୋଇଥିଲା l ଉକ୍ତ ସମାରୋହରେ ମୁଖ୍ୟ ଅତିଥି ଭାବେ, ଜିଲ୍ଲା ପରିଷଦ ସଭାପତି, ଶ୍ରୀମତୀ ରୂପଶ୍ରୀ ରାଣୀ ଗୁମାନ ସିଂହ, ସମ୍ମାନିତ ଅତିଥି ରୂପେ ଉପସଭାପତି, ଜିଲ୍ଲା ପରିଷଦ, ଶ୍ରୀଯୁକ୍ତ ଗୋପୀନାଥ ମହାରଣା, ସମ୍ମାନିତ ଅତିଥି ଭାବେ ସଦର ତହସିଲଦାର ଶ୍ରୀ ବିଭାଶ ପାଣିଗ୍ରାହୀ ଏବଂ ମୁଖ୍ୟ ବକ୍ତା ଭାବେ ପ୍ରାଣ ନାଥ ସ୍ୱୟଂ ଶାସିତ ମହା ବିଦ୍ୟାଳୟର ପଦାର୍ଥ ବିଜ୍ଞାନ ପ୍ରାଧ୍ୟାପକ ଡ଼ଃ ସୁବୋଧ କୁମାର ଜଗଦେବ ଯୋଗଦେଇ ଗାନ୍ଧୀ ଓ ଶାତ୍ରୀଙ୍କ ଫୋଟୋ ଚିତ୍ରରେ ପୁଷ୍ମାମାଲ୍ୟ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରି ପ୍ରଦୀପ ପ୍ରଜ୍ଜ୍ୱଳନ କରି ସମାରୋହକୁ ଉଦ୍ଘାଟନ କରିଥିଲେ ।

