ଚିକିଟି,୧୫।୮(ନିଗମାନନ୍ଦ ପଣ୍ଡା):ଚିକିଟି ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଆଜି ଉତ୍ସାହ ଓ ଉଦ୍ଦୀପନାର ସହିତ ୮୦ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି। ବିଭିନ୍ନ ବିଦ୍ୟାଳୟରେ ଜାତୀୟ ପତାକା ଉତ୍ତୋଳନ, ଜାତୀୟ ସଙ୍ଗୀତ ଓ ଦେଶଭକ୍ତିମୂଳକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା।ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ ବିଇଓ ପନ୍ନଗ ଭୂଷଣ ମାଝୀଙ୍କ ଦ୍ଵାରା ଜାତୀୟ ପତାକା ଉତ୍ତୋଳନ କରାଯାଇଥିଲା । ସେହିପରି ପିତାତଳି ୟୁପିଏସ୍ରେ ପ୍ରଧାନ ଶିକ୍ଷକ ବଳରାମ ବେହେରା, ସଦ୍ଗୁରୁ ଶିକ୍ଷା ନିକେତନରେ ଅଧକ୍ଷ ନରସିଂହ ବେହେରା, ଗିରିସୋଲା ସିଆରସିରେ ବି. ଭେଙ୍କଟ ରାଓ, ବରାହୀ ବିଦ୍ୟାପୀଠ, କଳବାଡ଼ରେ ପ୍ରଧାନ ଶିକ୍ଷୟିତ୍ରୀ ରଞ୍ଜିତା ଶବର, ରାଜଲକ୍ଷ୍ମୀ ବାଳିକା ହାଇସ୍କୁଲରେ ପ୍ରଧାନ ଶିକ୍ଷୟିତ୍ରୀ ମାମିନା ବେହେରା ଏବଂ ଶ୍ରୀ ରାଧାକାନ୍ତ ନୋଡାଲ ହାଇସ୍କୁଲରେ ପ୍ରଧାନ ଶିକ୍ଷକ ଜୟରାମ ପଣ୍ଡାଙ୍କ ଦ୍ଵାରା ପତାକା ଉତ୍ତୋଳନ କରାଯାଇ ଦେଶଭକ୍ତିର ଭାବନାରେ ସ୍ୱାଧୀନତା ଦିବସ ପାଳିତ ହୋଇଥିଲା।ଏହି ଅବସରରେ ଛାତ୍ରଛାତ୍ରୀ, ଶିକ୍ଷକ-ଶିକ୍ଷୟିତ୍ରୀ ଓ ଅଭିଭାବକମାନେ ଯୋଗଦେଇ ସ୍ୱାଧୀନତା ସଂଗ୍ରାମୀଙ୍କ ତ୍ୟାଗ ଓ ବଳିଦାନକୁ ସ୍ମରଣ କରିଥିଲେ। ବିଭିନ୍ନ ସ୍ଥାନରେ ଦେଶପ୍ରେମ ଓ ଜାତୀୟ ଏକତାର ବାର୍ତ୍ତା ପ୍ରଦାନ କରାଯାଇଥିଲା।

