ଖୋରଧା,୫।୧୦(କେଦାର ନାଥ ସାହୁ):ଖୋରଧା ଜିଲ୍ଲା ସଦର ମହକୁମା ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଜିଲ୍ଲାପାଳ ଶ୍ରୀ ଅମ୍ରିତ୍ ଋତୁରାଜ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଅଛି l ଉକ୍ତ ଅଭିଯୋଗ ଶୁଣାଣି ଶିବିରରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ପାରମାର୍ ସ୍ମିଥ ପାରୁଷତ୍ତମ୍ ଦାସ,ଅତିରିକ୍ତ ଜିଲ୍ଲାପାଳ, ସାଧାରଣ, ଶ୍ରୀ ପ୍ରତାପ ଚନ୍ଦ୍ର ବେଉରା , ଉପଜିଲ୍ଲାପାଳ ଶ୍ରୀ ସଂକଳ୍ପ ସ୍ଵସ୍ତିକ ସାହୁ,ମୁଖ୍ୟ ଜିଲ୍ଲା ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ, ଖୋରଧା, ଡାକ୍ତର ସଞ୍ଜୟ ଚନ୍ଦ୍ର ରାୟ,ବି ଡି ଓ , ଖୋରଧା,ଶ୍ରୀ ସିଦ୍ଧାର୍ଥ ପଟ୍ଟନାୟକ, ତହସିଲଦାର , ଖୋରଧା, ଶ୍ରୀ ବିଭାସ ପାଣିଗ୍ରାହୀ ଏବଂ ଆସିଷ୍ଟାଣ୍ଟ କଲେକ୍ଟର, ଅଭିଯୋଗ, ଭୁବନେଶ୍ଵରୀ କଅଁର ପ୍ରମୁଖ ଜନ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦେଇ ଜନସାଧାରଣ ମାନଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ଗୁଡ଼ିକର ଶୁଣାଣିରେ ସହଯୋଗ ପ୍ରଦାନ କରିଥିଲେ l ଆଜିର ଅଭିଯୋଗ ଶିବିରକୁ ମୋଟ ୯୪ ଗୋଟି ଅଭିଯୋଗ ଆସିଥିବା ବେଳେ ତନ୍ମଧ୍ୟରୁ ୭୧ ଗୋଟି ବ୍ୟକ୍ତିଗତ ଅଭିଯୋଗ ଏବଂ ୨୩ ଗୋଟି ଗ୍ରାମୀଣ ସମସ୍ୟା ଜନିତ ଥିଲା l ଜିଲ୍ଲାପାଳ , ଶ୍ରୀ ଋତୁରାଜ ଅଭିଯୋଗ ଶିବିରରେ ୦ ୯ ଗୋଟି ଅଭିଯୋଗ ର ତତ୍କାଳ ସମାଧାନ କରିଥିଲେ l ଅନ୍ୟ ସମସ୍ତ ଅଭିଯୋଗ ଗୁଡ଼ିକୁ ବିଭାଗୀୟ ଅଧିକାରୀ ମାନେ ଯତ୍ନବାନ ହୋଇ ତୁରନ୍ତ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଥିଲେ l ଜନଶୁଣାଣି ଶିବିରରେ ଅନ୍ୟ ମାନଙ୍କ ମଧ୍ୟରେ,ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ, କୁସୁମ କୁମାରୀ ପ୍ରହରାଜ, ସହକାରୀ ନିର୍ଦ୍ଦେଶକ, ଉଦ୍ୟାନ କୃଷି, ଶ୍ରୀୟା ଶାଶ୍ଵତୀ , ଉପ ନିର୍ଦ୍ଦେଶକ ଯୋଜନା ଓ ପରିସଂଖ୍ୟାନ, ଶଙ୍କର ବେହେରା, ଅଗ୍ରଣୀ ବ୍ୟାଙ୍କ୍ ପରିଚାଳକ, ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ଶ୍ରୀ ଅଶୋକ କୁମାର ବେହେରା, ଅବକାରୀ ଅଧିକ୍ଷକ, ଖୋରଧା ଶ୍ରୀମତୀ ସୁମତି ତ୍ରିପାଠୀ, ଡେପୁଟୀ କଲେକ୍ଟର ରଞ୍ଜନ କୁମାର ଦାସ ଙ୍କ ସମେତ ତ୍ରିସ୍ତରୀୟ ପଞ୍ଚାୟତିରାଜ ଅନୁଷ୍ଠାନ ସଦସ୍ୟା/ସଦସ୍ୟ, ଶିକ୍ଷା, ସ୍ଵାସ୍ଥ୍ୟ ଓ ଗମନାଗମନ ବରିଷ୍ଠ ଅଧିକାରୀ ବୃନ୍ଦ,ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ ଏବଂ,ଲାଇନ୍ ଡିପାର୍ଟମେଣ୍ଟ ଅଧିକାରୀ ଓ ଗଣ ମାଧ୍ୟମ ପ୍ରତିନିଧି ବୃନ୍ଦ ଯୋଗଦେଇଥିଲେ l

