ଫୁଲବାଣୀ,୨୭।୧୦(ସୁନୀଲ ପଟ୍ଟନାୟକ):ସମ୍ଭାବ୍ୟ ଭୀଷଣ ବର୍ଷା ଓ ସାମୁଦ୍ରିକ ଝଡ଼ ‘ଅର୍ଣ୍ଣବ’କୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲ୍ଲାରେ ଆସନ୍ତାକାଲି, ଅକ୍ଟୋବର ୨୮ ତାରିଖରେ ସମସ୍ତ ବିଦ୍ୟାଳୟରେ ପାଠପଢ଼ା ବନ୍ଦ ରହିବ। ଏନେଇ କନ୍ଧମାଳ ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ୍ ଆଦେଶ ଜାରି କରିଛନ୍ତି।ଜିଲ୍ଲାପାଳଙ୍କ ଆଦେଶ ଅନୁଯାୟୀ, ଜିଲ୍ଲାର ସମସ୍ତ ସରକାରୀ ଓ ଘରୋଇ ବିଦ୍ୟାଳୟର ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା ସହ ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକ ମଧ୍ୟ ବନ୍ଦ ରହିବ।ତେବେ ଜନସାଧାରଣଙ୍କ ଆବଶ୍ୟକତା ଓ ଜରୁରୀ ପରିସ୍ଥିତିକୁ ଦୃଷ୍ଟିରେ ରଖି ସମସ୍ତ ଶିକ୍ଷକ ଓ କର୍ମଚାରୀଙ୍କୁ ନିଜ ନିଜ ବିଦ୍ୟାଳୟରେ ଉପସ୍ଥିତ ରହି କର୍ତ୍ତବ୍ୟ ସମ୍ପାଦନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।ପାଣିପାଗ ପରିସ୍ଥିତିକୁ ନଜରରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଥିବା କୁହାଯାଇଛି l

