ବୁଗୁଡ଼ା, ୨୪/୩(ପ୍ରଫୁଲ୍ କୁମାର ପଟ୍ଟନାୟକ): ସ୍ଥାନୀୟ ବିଇଓ କାର୍ଯ୍ୟାଳୟ ଅଧୀନସ୍ଥ ବିଭିନ୍ନ ବିଦ୍ୟାଳୟର ପଞ୍ଚମ ଓ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ବାର୍ଷିକ ପରୀକ୍ଷା ଫଳ ପ୍ରକାଶ ପାଇଛି। ଶିକ୍ଷା ବିଭାଗ ପକ୍ଷରୁ ଚଳିତ ଶିକ୍ଷା ବର୍ଷରୁ ଜାରି ହୋଇଥିବା ଗାଇଡ୍ଲାଇନ୍ ପ୍ରକାରେ ପଞ୍ଚମ ଓ ଅଷ୍ଟମ ଶ୍ରେଣୀ ବିଦ୍ୟାର୍ଥୀଙ୍କ କ୍ଷେତ୍ରରେ ପାସ୍ ଫେଲ୍ ବ୍ୟବସ୍ଥା କାର୍ଯ୍ୟକାରୀ କରାଯାଇଛି। ବ୍ଳକର ୧୧ଟି କ୍ଲଷ୍ଟର ଅନ୍ତର୍ଗତ ୧୩୦ଟି ବିଦ୍ୟାଳୟରେ ଯଥାକ୍ରମେ ୧୫୧୭ ଓ ୧୬୫୧ ଜଣ ପଞ୍ଚମ ଓ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀ ବାର୍ଷିକ ପରୀକ୍ଷା ଦେଇଥିଲେ। ସେମାନଙ୍କ ମଧ୍ୟରୁ ପଞ୍ଚମ ଶ୍ରେଣୀର ସମସ୍ତ ଛାତ୍ରଛାତ୍ରୀ ପାସ୍ କରିଥିବାବେଳେ ଅଷ୍ଟମ ଶ୍ରେଣୀର ଆଠ ଜଣ ଛାତ୍ରଛାତ୍ରୀ ଫେଲ୍ ହୋଇଛନ୍ତି।

