ବୁଗୁଡା,୨୯/୪(କୁମୁଦ ଚନ୍ଦ୍ର ବେହେରା): ସ୍ଥାନୀୟ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ଅଧୀନସ୍ଥ ବିଷ୍ଣୁଚକ୍ର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଦ୍ଵିଦିବସୀୟ ଶିକ୍ଷାଦାନ ଶିକ୍ଷଣ ଉପକରଣ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି।ବିଷ୍ଣୁଚକ୍ର କ୍ଲଷ୍ଟର ସ୍ତରୀୟ ଉକ୍ତ କର୍ମଶାଳାକୁ ପ୍ରଧାନ ଶିକ୍ଷୟିତ୍ରୀ ସଞ୍ଜୁବାଳା ପାତ୍ର ଉଦଘାଟନ କରିଥିଲା ବେଳେ ଏଥିରେ କ୍ଲଷ୍ଟର ଅନ୍ତର୍ଗତ ୧୦ଟି ବିଦ୍ୟାଳୟର ଶିକ୍ଷକ ଓ ଶିକ୍ଷୟିତ୍ରୀ ଅଂଶ ଗ୍ରହଣ କରିଥିଲେ। କ୍ଲଷ୍ଟର ସିଆରସିସି ସନ୍ତୋଷ କୁମାର ଡାକୁଆଙ୍କ ତତ୍ତ୍ଵାବଧାନରେ ଆୟୋଜିତ ଉକ୍ତ କର୍ମଶାଳା ଅବସରରେ ଶିକ୍ଷକ ଓ ଶିକ୍ଷୟିତ୍ରୀମାନଙ୍କ ଦ୍ଵାରା ଛାତ୍ରଛାତ୍ରୀଙ୍କ ଉପଯୋଗୀ ଅନେକ ଶିକ୍ଷଣ ଉପକରଣ ପ୍ରସ୍ତୁତ କରାଯାଇଥିଲା।

