ଭଞ୍ଜନଗର,୧୭।୯(ନିଲୁ ବିଷୋୟୀ):ବିଜେପି ଭଞ୍ଜନଗର ସାଙ୍ଗଠନିକ ଜିଲ୍ଲାର କାର୍ଯ୍ୟକାରିଣୀ ବୈଠକ ସ୍ଥାନୀୟ ବିଡେକା କଲ୍ୟାଣ ମଣ୍ଡପରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ସଭାପତି ନୀଳମାଧବ ପାତ୍ରଙ୍କ ଅଧକ୍ଷତାରେ ଆୟୋଜିତ ବୈଠକରେ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ, ବିଜେପି ରାଜ୍ୟ ସାଧାରଣ ସମ୍ପାଦକ ସାରଦା ପ୍ରସାଦ ଶତପଥୀ ଓ ରାଜ୍ୟ ସମ୍ପାଦକ ତଥା ଜିଲ୍ଲା ପ୍ରଭାରୀ ଭଗବାନ ମହାନ୍ତି ପ୍ରମୁଖ ଅତିଥି ଭାବେ ଯୋଗ ଦେଇ ବକ୍ତବ୍ୟ ରଖିଥିଲେ । ଆଗାମୀ ପୌର ଓ ପଞ୍ଚାୟତ ନିର୍ବାଚନ ପାଇଁ ଏବେଠାରୁ ରଣନୀତି ପ୍ରସ୍ତୁତ କରି ଲୋକଙ୍କ ନିକଟରେ ପହଞ୍ଚିବାକୁ ବକ୍ତାମାନେ ଦଳୀୟ କର୍ମକର୍ତ୍ତାଙ୍କୁ ଆହ୍ବାନ ଦେଇଥିଲେ। କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଯୋଜନାକୁ ଲୋକଙ୍କ ନିକଟରେ ପହଞ୍ଚାଇବା ସହ ତୃଣମୂଳସ୍ତରରେ ପହଞ୍ଚି ଲୋକଙ୍କ ସହ ଯୋଡ଼ି ହୋଇ କାର୍ଯ୍ୟ କରିବାକୁ କହିଥିଲେ। ବିଜେପି ସଙ୍ଗଠକ ବିଷ୍ଣୁପ୍ରସାଦ ପ୍ରଧାନ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟା ଜୟନ୍ତୀ ପଢ଼ିଆରୀ, ଜିଲ୍ଲା ସାଧାରଣ ସମ୍ପାଦକ ସନ୍ତୋଷ ପାଳ, ସାଂସଦ ପ୍ରତିନିଧି ଧୋବା ଗୌଡ,ମାନସ ଜେନା,ମହିଳା ମୋର୍ଚ୍ଚା ସଭାନେତ୍ରୀ ଭୋଳି, ରେସ୍ମା କୁମାରୀ ନାୟକ,କୁନି ବିଷୋୟୀଙ୍କ ସମେତ ବହୁ ଦଳୀୟ କର୍ମକର୍ତ୍ତା ଉପସ୍ଥିତ ଥିଲେ ।

