ବୁଗୁଡ଼ା,୩/୪(କୁମୁଦ ଚନ୍ଦ୍ର ବେହେରା): ବୁଗୁଡ଼ା ବ୍ଲକ ଅନ୍ତର୍ଗତ ବି.କରଡ଼ାବାଡି ଗ୍ରାମ ପଞ୍ଚାୟତର ପୂର୍ବତନ ସରପଞ୍ଚ ପ୍ରଫୁଲ୍ଲ କୁମାରୀ ନାୟକଙ୍କ ଆକସ୍ମିକ ମୃତ୍ୟୁ ବରଣ କରିଥିବା ଖବର ପାଇ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ମୃତକଙ୍କ ବି କରଡ଼ାବାଡିସ୍ଥିତ ବାସଭବନକୁ ଯାଇ ଶୋକ ସନ୍ତପ୍ତ ପରିବାରବର୍ଗଙ୍କୁ ଭେଟି ଶୋକ ପ୍ରକାଶ କରିବା ସହିତ ସମବେଦନା ଜଣାଇଛନ୍ତି।

