ଚିକିଟି, ୨୦/୫,(ନିଗମାନନ୍ଦ ପଣ୍ଡା ):ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ଯୁକ୍ତ ଦୁଇ କଳା, ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇଛି ଏବଂ ଏଥିରେ ଚିକିଟୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଛାତ୍ରୀଛାତ୍ରମାନଙ୍କ ପ୍ରଦର୍ଶନ ଉଚ୍ଚକୋଟୀର ରହିଛି I ଯୁକ୍ତ ଦୁଇ ବିଜ୍ଞାନରେ ମୋଟ ୧୨୪ ଜଣ ପରୀକ୍ଷାର୍ଥୀ ମଧ୍ୟରୁ ୬୭ ଜଣ ପ୍ରଥମ ଶ୍ରେଣୀ, ୩୩ ଜଣ ଦ୍ୱିତୀୟ ଶ୍ରେଣୀ ଓ ୧୦ ଜଣ ତୃତୀୟ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି । ୮୮ ପ୍ରତିଶତ ପାସ୍ ହାର ସହ ମୋଟ ୧୧୦ ଜଣ କୃତକାର୍ଯ୍ୟ ହୋଇଛନ୍ତି । ବିଦ୍ୟାଳୟର ଛାତ୍ରୀ ରେଶ୍ମା ରାଣୀ ବେହେରା ବିଜ୍ଞାନରେ ୫୪୯ ନମ୍ବର ରଖି ବିଦ୍ୟାଳୟ ଟପ୍ପର ହୋଇଛନ୍ତି I ଯୁକ୍ତଦୁଇ କଳାରେ ୨୪୮ ଜଣ ପରୀକ୍ଷାର୍ଥୀ ମଧ୍ୟରୁ ୯୭ ଜଣ ପ୍ରଥମ ଶ୍ରେଣୀ, ୬୪ ଜଣ ଦ୍ୱିତୀୟ ଶ୍ରେଣୀ ଓ ୭୨ ଜଣ ତୃତୀୟ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି l ୯୩ ପ୍ରତିଶତ ପାସ୍ ହାର ସହ ମୋଟ ୨୩୩ ଜଣ ଛାତ୍ରୀଛାତ୍ର କୃତକାର୍ଯ୍ୟ ହୋଇଛନ୍ତି I ଛାତ୍ରୀ ମମତା ପ୍ରଧାନ କଳାରେ ମୋଟ ୫୩୪ ନମ୍ବର ରଖି ବିଦ୍ୟାଳୟ ଟପ୍ପର ହୋଇଛନ୍ତି । ଅଧ୍ୟକ୍ଷ ସୁନୀଲ କୁମାର ପଣ୍ଡା କୃତୀ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇବା ସହ ତାଙ୍କର ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି । ବିଦ୍ୟାଳୟର ଉତ୍କୃଷ୍ଟ ଶିକ୍ଷା ପରିବେଶ, ଅଧ୍ୟାପିକା ଓ ଅଧ୍ୟାପକମାନଙ୍କ ଉଚିତ ଦିଗଦର୍ଶନ, ମାତାପିତା ଓ ମା’ ବାଳକୁମାରୀଙ୍କ ଆଶୀର୍ବାଦ ଏବଂ ନିଜର କଠିନ ପରିଶ୍ରମ ଯୋଗୁଁ ଏହି ସଫଳତା ହାସଲ କରିପାରିଛନ୍ତି ବୋଲି ଛାତ୍ରୀଛାତ୍ରମାନେ କହିଥିଲେ I ବିଦ୍ୟାଳୟର ସମସ୍ତ ଅଧ୍ୟାପିକା, ଅଧ୍ୟାପକ ଓ କର୍ମଚାରୀ କୃତୀ ଛାତ୍ରୀଛାତ୍ରଙ୍କୁ ଶୁଭେଚ୍ଛା ଜଣାଇଛନ୍ତି I

