ପୁରୁଷୋତ୍ତମପୁର,୬।୧୦(ଶୁଭଙ୍କରୀ ଦାଶ):ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଷୋଳଘର କ୍ଲଷ୍ଟର ସ୍ତରୀୟ ଆଞ୍ଚଳିକ ସାଧନ କେନ୍ଦ୍ର ସୁରଭି ମହୋତ୍ସବ-୨୦୨୬ ହିଣ୍ଡୁଳା ପ୍ରାଥମିକ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି।କ୍ଲଷ୍ଟରର CRCC ଶ୍ରୀ ପ୍ରତାପ ଚନ୍ଦ୍ର ପଣ୍ଡାଙ୍କ ନେତୃତ୍ୱ ଓ ହିଣ୍ଡୁଳା ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀ ସଦାନନ୍ଦ ବସନ୍ତିଆଙ୍କ ସଭାପତିତ୍ୱରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। କ୍ଲଷ୍ଟର ଅନ୍ତର୍ଗତ ୧୦ଟି ବିଦ୍ୟାଳୟରୁ ମୋଟ ୧୦୦ ଜଣ ଛାତ୍ରଛାତ୍ରୀ ବିଭିନ୍ନ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ। କୃତି ଛାତ୍ରଛାତ୍ରୀମାନେ ଆସନ୍ତା ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମରେ ଭାଗ ନେବେ।ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ABEO ତଥା BRCC ଶ୍ରୀ ବିଜୟ ଚନ୍ଦ୍ର ବେହେରା, ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀ ଭକ୍ତବତ୍ସଳ ଜାନି ଓ ଶ୍ରୀ ଦେବରାଜ ବେହେରା, ଷୋଳଘର ଗ୍ରା.ପ ସମିତି ସଭ୍ୟ ଶ୍ରୀ ପ୍ରମୋଦ କୁମାର ମହାନ୍ତି, Ex-Board ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀ ବିଜୟ ବେହେରା ଓ ଗଣେଶ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀ ପ୍ରମୋଦ କୁମାର ସାହୁ ଯୋଗ ଦେଇଥିଲେ।କ୍ଲଷ୍ଟରର ସମସ୍ତ ଶିକ୍ଷକ-ଶିକ୍ଷୟିତ୍ରୀ ବିଚାରକ ମଣ୍ଡଳୀ ଦାୟିତ୍ୱ ତୁଲାଇଥିଲେ। ବିଜୟୀ ଛାତ୍ରଛାତ୍ରୀଙ୍କୁ ମୁଖ୍ୟ ଅତିଥିଙ୍କ ଦ୍ୱାରା ପୁରସ୍କାର ବିତରଣ କରାଯାଇଥିଲା। ଏହି କାର୍ଯ୍ୟକ୍ରମର ମୁଖ୍ୟ ଆକର୍ଷଣ ଥିଲା ଶିକ୍ଷଣ ସାମଗ୍ରୀ (TLM) ପ୍ରଦର୍ଶନୀ ଷ୍ଟଲ। ଶିକ୍ଷକ, ଛାତ୍ର ଓ ଅଭିଭାବକମାନେ ଏହାର ଭରପୂର ଆନନ୍ଦ ନେଇଥିଲେ।ସଭା ମଞ୍ଚ ସଜ୍ଜାରେ ହିଣ୍ଡୁଳା ପ୍ରା.ବି.ର ସହକାରୀ ଶିକ୍ଷକ ଶ୍ରୀ ତପୁ ସିଂଙ୍କ ନିଖୁଣ କାରିଗରୀ ପ୍ରଶଂସନୀୟ ଥିଲା। ଶେଷରେ ପ୍ରଧାନ ଶିକ୍ଷକ ଶ୍ରୀ ବସନ୍ତିଆ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।

