ଖୋରଧା,୨୨।୯(କେଦାର ନାଥ ସାହୁ):ଚିଲିକା ବ୍ଲକ ସମ୍ମିଳନୀ କକ୍ଷରେ ମୁଖ୍ୟ ଜିଲ୍ଲା ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ଶ୍ରୀ ଜ୍ୟୋତି ଶଙ୍କର ସାହୁ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ପାରମାର ସ୍ମିଥ ପାରୁଶୋତ୍ତମ୍ ଦାସ ଙ୍କ ଅଧ୍ୟକ୍ଷତାରେ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଅଛି l ଉକ୍ତ ଜନ ଶୁଣାଣି ଶିବିରରେ ଉପଜିଲ୍ଲାପାଳ ଶ୍ରୀ ସଂକଳ୍ପ ସ୍ଵସ୍ତିକ ସାହୁ, ମୁଖ୍ୟ ଜିଲ୍ଲା ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ସଞ୍ଜୟ ଚନ୍ଦ୍ର ରାୟ ,ବି ଡି ଓ, ଚିଲିକା ପୁନମ ମହାପାତ୍ର, ତହସିଲଦାର ଏବଂ ଆସିଷ୍ଟାଣ୍ଟ କଲେକ୍ଟର, ଅଭିଯୋଗ, ଭୁବନେଶ୍ଵରୀ କଅଁର ପ୍ରମୁଖ ଜନ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦେଇ ଜନସାଧାରଣ ମାନଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ଗୁଡ଼ିକର ଶୁଣାଣିରେ ସହଯୋଗ ପ୍ରଦାନ କରିଥିଲେ l ଆଜିର ଅଭିଯୋଗ ଶିବିରକୁ ମୋଟ 43 ଗୋଟି ଅଭିଯୋଗ ଆସିଥିବା ବେଳେ ତନ୍ମଧ୍ୟରୁ 39 ଗୋଟି ବ୍ୟକ୍ତିଗତ ଅଭିଯୋଗ ଏବଂ 04 ଗୋଟି ଗ୍ରାମୀଣ ସମସ୍ୟା ଜନିତ ଥିଲା l ଅଭିଯୋଗ ଶିବିରରେ ୦6 ଗୋଟି ଅଭିଯୋଗର ତତ୍କାଳ ସମାଧାନ କରାଜାଇଥିଲା l ଅନ୍ୟ ସମସ୍ତ ଅଭିଯୋଗ ଗୁଡ଼ିକୁ ବିଭାଗୀୟ ଅଧିକାରୀ ମାନେ ଯତ୍ନବାନ ହୋଇ ତୁରନ୍ତ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଇଥିଲା l ଶିବିରରେ ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ, କୁସୁମ କୁମାରୀ ପ୍ରହରାଜ, ସହକାରୀ ନିର୍ଦ୍ଦେଶକ, ଉଦ୍ୟାନ କୃଷି, ଶ୍ରୀୟା ଶାଶ୍ଵତୀ ଙ୍କ ସମେତ ତ୍ରିସ୍ତରୀୟ ପଞ୍ଚାୟତିରାଜ ଅନୁଷ୍ଠାନ ସଦସ୍ୟା/ସଦସ୍ୟ, ଶିକ୍ଷା, ସ୍ଵାସ୍ଥ୍ୟ ଓ ଗମନାଗମନ ବରିଷ୍ଠ ଅଧିକାରୀ ବୃନ୍ଦ,ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ ଏବଂ,ଲାଇନ୍ ଡିପାର୍ଟମେଣ୍ଟ ଅଧିକାରୀ ଯୋଗଦେଇଥିଲେ l

