ବେଗୁନିଆପଡା,୧୭।୧୦(ବାପୁନି ମାଲୁ):ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଲକ ଅନ୍ତର୍ଗତ କୁମ୍ଭାରଗାଁ ପଞ୍ଚାୟତର କୁମାରୀପାରି ଗ୍ରାମର ଶ୍ମଶାନ ଅବ୍ୟବସ୍ଥା ଘେରରେ ରହିଥିବା ଅଭିଯୋଗ ହୋଇଛି। ମୃତ ବ୍ୟକ୍ତିଙ୍କ ଶେଷକୃତ୍ୟ ଭଳି ଏକ ସମ୍ବେଦନଶୀଳ ସମୟରେ ଶ୍ମଶାନର ଉପଯୁକ୍ତ ବ୍ୟବସ୍ଥା ନଥିବାରୁ ଗ୍ରାମବାସୀଙ୍କୁ ବିଭିନ୍ନ ସମସ୍ୟାର ସାମ୍ନା କରିବାକୁ ପଡ଼ୁଥିବା ଅଭିଯୋଗ ଉଠିଛି। ଗ୍ରାମାଞ୍ଚଳର ବିକାଶ ପାଇଁ ସରକାର ବିଭିନ୍ନ ଯୋଜନା ହାତକୁ ନେଉଥିବା ବେଳେ ଶ୍ମଶାନ ଭଳି ଏକ ଗୁରୁତ୍ୱପୂର୍ଣ୍ଣ ସ୍ଥାନର ଉନ୍ନତିକରଣ ଉପରେ ମଧ୍ୟ ଗୁରୁତ୍ୱ ଦେବା ଆବଶ୍ୟକ। ଏହି ସମସ୍ୟାର ସମାଧାନ ପାଇଁ ବେଗୁନିଆପଡ଼ା ବ୍ଲକ ପ୍ରଶାସନ ତୁରନ୍ତ ଦୃଷ୍ଟି ଦେଇ ଆବଶ୍ୟକ ପଦକ୍ଷେପ ନେବାକୁ ଗ୍ରାମବାସୀଙ୍କ ପକ୍ଷରୁ ଦାବି ହୋଇଛି । ପ୍ରଶାସନ କେବେ ନେବ ପଦକ୍ଷେପ? ତାହା ହିଁ ଦେଖିବାକୁ ବାକି ରହିଲା ।

