ଖୋର୍ଦ୍ଧା,୮/୬,(କେଦାର ନାଥ ସାହୁ):ଆଜି ପୂର୍ବାହ୍ନରେ ଚିଲିକା ପଂଚାୟତ ସମିତି କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଏବଂ ଜିଲ୍ଲା ମାଜିଷ୍ଟ୍ରେଟ ଶ୍ରୀ ଅମ୍ରିତ୍ ଋତୁରାଜ ଏବଂ ନୂତନ ଭାବେ କାର୍ଯ୍ୟଭାର ଗ୍ରହଣ କରିଥିବା ଆରକ୍ଷୀ ଅଧିକ୍ଷକ ଶ୍ରୀ ପାରମାଣିକସ୍ମିଥ ପୁରୁଷୋତ୍ତମ ଦାସ ଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଅଛି l ଉକ୍ତ ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ଶ୍ରୀ ଜ୍ୟୋତି ଶଙ୍କର ସାହୁ, ଉପଜିଲ୍ଲାପାଳ, ଖୋର୍ଦ୍ଧା ଶ୍ରୀ ସଂକଳ୍ପ ସ୍ଵସ୍ତିକ ସାହୁ, ଚିଲିକା ପଂଚାୟତ ସମିତି ଅଧ୍ୟକ୍ଷା ଜ୍ୟୋସ୍ନା ରାଣୀ ବେହେରା, ଉପାଧ୍ୟକ୍ଷ, ଅରୁଣ କୁମାର ପଟ୍ଟନାୟକ, ମାନ୍ୟବର ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ, ଓଡ଼ିଶା ସରକାର ଙ୍କ ଓ ଏସ ଡି , ରୋଷନ ଶତପଥୀ,ମାନ୍ୟବର ସାଂସଦ, ପୁରୀଙ୍କ ପ୍ରତିନିଧି, ଦୀନବନ୍ଧୁ ସାହୁ,ଆସିଷ୍ଟାଣ୍ଟ କଲେକ୍ଟର, ଅଭିଯୋଗ, ଭୁବନେଶ୍ଵରୀ କଅଁର , ଚିଲିକା ବ୍ଲକ ଉନ୍ନୟନ ଅଧିକାରୀ ପୁନମ ମହାପାତ୍ର, ତହସିଲଦାର କାହ୍ନୁ ଚରଣ ଘଡ଼ାଇ,ମୁଖ୍ୟ ଜିଲ୍ଲା ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ସଞ୍ଜୟ ଚନ୍ଦ୍ର ରାୟ ପ୍ରମୁଖ ଆଜିର ଏହି ପ୍ରଶାସନିକ ଜନ ଅଭିଯୋଗ ଶିବିରରେ ଯୋଗଦେଇ ଜନସାଧାରଣ ମାନଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ଗୁଡ଼ିକର ଶୁଣାଣିରେ ଜିଲ୍ଲାପାଳଙ୍କୁ ସହଯୋଗ ପ୍ରଦାନ କରିଥିଲେ l ଆଜିର ଅଭିଯୋଗ ଶିବିରକୁ ମୋଟ ୫୩ ଗୋଟି ଅଭିଯୋଗ ଆସିଥିବା ବେଳେ ତନ୍ମଧ୍ୟରୁ ୪୪ ଗୋଟି ବ୍ୟକ୍ତିଗତ ଅଭିଯୋଗ ଏବଂ ୦୯ ଗୋଟି ଗ୍ରାମୀଣ ସମସ୍ୟା ଜନିତ ଅଭିଯୋଗ ଥିଲା l ଜିଲ୍ଲାପାଳ ଅଭିଯୋଗ ଶିବିରରେ ୧୫ ଗୋଟି ଅଭିଯୋଗର ତତ୍କାଳ ସମାଧାନ କରିଥିଲେ l ଅନ୍ୟ ସମସ୍ତ ଅଭିଯୋଗ ଗୁଡ଼ିକୁ ବିଭାଗୀୟ ଅଧିକାରୀ ମାନେ ଯତ୍ନବାନ ହୋଇ ତୁରନ୍ତ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଥିଲେ l ଜନଶୁଣାଣି ଶିବିରରେ ବିଭିନ୍ନ ବିଭାଗର ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଓ ଲାଇନ୍ ଡିପାର୍ଟମେଣ୍ଟ ଅଧିକାରୀ, ଜନ ପ୍ରତିନିଧି ବୃନ୍ଦ ଓ ଗଣମାଧ୍ୟମ ପ୍ରତିନିଧି ବୃନ୍ଦ ଯୋଗଦେଇଥିଲେ l

