ଖୋରଧା,୩।୮(କେଦାର ନାଥ ସାହୁ):ଆଜି ପୂର୍ବାହ୍ନରେ ଖୋରଧା ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲ୍ଲା ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଅଛି l ଅତିରିକ୍ତ ଜିଲ୍ଲାପାଳ, ସାଧାରଣ, ଶ୍ରୀ ପ୍ରତାପ ଚନ୍ଦ୍ର ବେଉରା ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ପାରମାର ସ୍ମିଥ ପାରୁଶୋତ୍ତମ୍ ଦାସ ଙ୍କ ମିଳିତ ଅଧ୍ୟକ୍ଷତାରେ ଆଜିର ଜିଲ୍ଲା ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଥିଲା l ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ଖୋରଧା,ଶ୍ରୀ ଜ୍ୟୋତି ଶଙ୍କର ସାହୁ, ଉପଜିଲ୍ଲାପାଳ, ଖୋରଧା ,ଶ୍ରୀ ସଂକଳ୍ପ ସ୍ଵସ୍ତିକ ସାହୁ, ମୁଖ୍ୟ ଜିଲ୍ଲା ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ, ଖୋରଧା, ଡାକ୍ତର ସଞ୍ଜୟ ଚନ୍ଦ୍ର ରାୟ ଏବଂ ଆସିଷ୍ଟାଣ୍ଟ କଲେକ୍ଟର, ଅଭିଯୋଗ, ଭୁବନେଶ୍ଵରୀ କଅଁର ପ୍ରମୁଖ ଜନ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦେଇ ଜନସାଧାରଣ ମାନଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ଗୁଡ଼ିକର ଶୁଣାଣିରେ ସହଯୋଗ ପ୍ରଦାନ କରିଥିଲେ l ଆଜିର ଅଭିଯୋଗ ଶିବିରକୁ ମୋଟ ୧୦୮ ଗୋଟି ଅଭିଯୋଗ ଆସିଥିବା ବେଳେ ତନ୍ମଧ୍ୟରୁ ୯୭ ଗୋଟି ବ୍ୟକ୍ତିଗତ ଅଭିଯୋଗ ଏବଂ ୧୧ ଗୋଟି ଗ୍ରାମୀଣ ସମସ୍ୟା ଜନିତ ଥିଲା l ଅତିରିକ୍ତ ଜିଲ୍ଲାପାଳ, ସାଧାରଣ, ଶ୍ରୀ ପ୍ରତାପ ଚନ୍ଦ୍ର ବେଉରା ଅଭିଯୋଗ ଶିବିରରେ ୦୭ ଗୋଟି ଅଭିଯୋଗର ତତ୍କାଳ ସମାଧାନ କରିଥିଲେ l ଅନ୍ୟ ସମସ୍ତ ଅଭିଯୋଗ ଗୁଡ଼ିକୁ ବିଭାଗୀୟ ଅଧିକାରୀ ମାନେ ଯତ୍ନବାନ ହୋଇ ତୁରନ୍ତ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଥିଲେ l ଜନଶୁଣାଣି ଶିବିରରେ ଅନ୍ୟ ମାନଙ୍କ ମଧ୍ୟରେ,ସି ଏସ ଓ, ଜ୍ଞାନେନ୍ଦ୍ରିୟ ମିଶ୍ର, ଜିଲ୍ଲା ମଙ୍ଗଳ ଅଧିକାରୀ ଡ଼ଃ ଗୀତାଂଶୁ ମୋହନ ଦାଶ, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ, କୁସୁମ କୁମାରୀ ପ୍ରହରାଜ, ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ, ଅଧିକ୍ଷଣ ଯନ୍ତ୍ରୀ ଇଂ ରଶ୍ମିତା ଦାସ, ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀମତୀ ସୋନାମିକା ରାୟ,ସମସ୍ତ ବି ଡି ଓ, ସମସ୍ତ ତହସିଲଦାର, ଡେପୁଟି କଲେକ୍ଟର,ଅଗ୍ରଣୀ ବ୍ୟାଙ୍କ୍ ପରିଚାଳକ, ଖୋରଧା ଙ୍କ ସମେତ ତ୍ରିସ୍ତରୀୟ ପଞ୍ଚାୟତିରାଜ ଅନୁଷ୍ଠାନ ସଦସ୍ୟା/ସଦସ୍ୟ, ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ ଏବଂ,ଲାଇନ୍ ଡିପାର୍ଟମେଣ୍ଟ ଅଧିକାରୀ ଓ ଗଣ ମାଧ୍ୟମ ପ୍ରତିନିଧି ବୃନ୍ଦ ଯୋଗଦେଇଥିଲେ l

